ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଥିବାରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବାଲିଗୁଡ଼ାରୁ ରାଇକିଆ ଯିବା ରାସ୍ତାରେ ପିରିଗଡ଼ ପୂର୍ବରୁ ରାସ୍ତା ଉପରେ ଏକ ଗଛ ପଡ଼ିବା ଯୋଗୁଁ ଯାତାୟାତରେ ବାଧା ସୃଷ୍ଟି ହୋଇଥିଲା । ପ୍ରାୟ ଦୁଇଘଣ୍ଟାରୁ ଅଧିକ ସମୟ ଧରି ରାସ୍ତାର ଦୁଇ ପାର୍ଶ୍ଵରେ ଶତାଧିକ ଯାନବାହାନ ଅଟକି ରହିଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଖବର ପାଇ ବାଲିଗୁଡ଼ା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଗଛ କାଟି ରାସ୍ତା ସ୍ୱାଭାବିକ କରିଥିଲେ ।
