“ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

csstore

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ +୩ ଛାତ୍ରଛାତ୍ରୀଙ୍କୁ ନେଇ ବୁଧବାର ଉଚ୍ଚ ଶିକ୍ଷା ବିଭାଗର ପ୍ରତ୍ୟକ୍ଷ ଅନୁଦାନରେ ଏକ ସଚେତନତା କାର୍ଯ୍ୟକ୍ରମ “ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା (ଷ୍ଟାର୍ଟ ଅପ୍ ଏଣ୍ଡ ଇନୋଭେସନ) ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ମୁଖ୍ୟ ପରିଚାଳକ ଅକ୍ଷୟ କୁମାର ବେହେରା ସମ୍ୱଳ ବ୍ୟକ୍ତିତ୍ୱ ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଅଧ୍ୟକ୍ଷ ଡ. ବିଭୂତି ଭୂଷଣ ଆଚାର୍ଯ୍ୟ ସ୍ୱାଗତ ସମ୍ଭାଷଣ ସହ କାର୍ଯ୍ୟକ୍ରମର ଅନ୍ତ୍ରନିହିତ ଉଦ୍ଦେଶ୍ୟ ପ୍ରଖ୍ୟାୟନ କରିଥିଲେ । ଏକାଉଣ୍ଟ ବର୍ସର ସରୋଜ କୁମାର ପାଠୀ ବିଶ୍ଳେଷଣାତ୍ମକ ଟିପ୍ପଣୀ ରଖିଥିଲେ । ଅନ୍ତଃ ଗୁଣବତ୍ତା ପ୍ରକୋଷ୍ଠ ସଂଯୋଜକ ହିମାଂଶୁ ଚରଣ ସାହୁ, କାର୍ଯ୍ୟକ୍ରମ ସଂଯୋଜକ ତାପସ କୁମାର ବାରିକ ପ୍ରମୁଖ ଉପସ୍ଥିତ ରହି ଉଦବୋଧନ ଦେଇଥିଲେ । ଶେଷରେ ନାକ୍ ସଂଯୋଜକ ଡ. ସୁଶାନ୍ତ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.