କୁର୍ଣ୍ଣୁଲ ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଘଟିଥିବା ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି । ଏକ ଟ୍ଵିଟ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ କୁହାଯାଇଛି, ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲଠାରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ସଡକ ଦୁର୍ଘଟଣାରେ ପ୍ରାଣହରାଇ ଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ।ସେହିଭଳି ଗୁରୁତର ଭାବେ ଆହତ ବ୍ୟକ୍ତିମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ।

Leave A Reply

Your email address will not be published.