jayashree

ବାଲିଗୁଡ଼ା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ “ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ “ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୂତି ଭୂଷଣ ଆଚାର୍ଯ୍ୟ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିଲେ । ଏହି ମେଳାରେ ବିଦ୍ୟାଳୟର ୪୦୦ ଶିଶୁ ବିଭିନ୍ନ ବିଭାଗ ଯଥା ଶିଶୁ, ବାଲ୍ୟ କିଶୋର ବିଭାଗରୁ ବିଭିନ୍ନ ପ୍ରତିଯୋଗିତାରେ ଯେପରିକି ସଂସ୍କୃତି ଜ୍ଞାନ ବିଜ୍ଞାନ ଓ ବୈଦିକ ଗଣିତ ପ୍ରଶ୍ନମଞ୍ଚ, ଗଣିତ ଓ ବିଜ୍ଞାନ ପ୍ରକଳ୍ପ, ଗଣିତ ଓ ବିଜ୍ଞାନ ପ୍ରଶ୍ନ ବାଚକ, ମୂର୍ତ୍ତି କଳା ଆଦିରେ ଅଂଶଗ୍ରହଣ କରିଥିଲେ । ପରବର୍ତ୍ତୀ ସମୟରେ ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଉପ ଜିଲ୍ଲାପାଳ ଅବିନାଶ ପଣ୍ଡା ଉପସ୍ଥିତ ରହି କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରି ଉତ୍ସାହିତ କରିବା ସହ ବିଜ୍ଞାନର ମହତ୍ତ୍ୱ ସମ୍ବନ୍ଧରେ ଆଲୋକପାତ କରିଥିଲେ । ଭାରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟା ଶ୍ରୀମତୀ ମମତା ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସମସ୍ତ ଗୁରୁଜୀ ଗରୁମା ଓ ସେବକ ସେବିକାଙ୍କ ଉଦ୍ୟମ ଫଳରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା । ଏଥିରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ । ଏହି ଜ୍ଞାନବିଜ୍ଞାନ ମେଳାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଆସନ୍ତା ୮ ତାରିଖରେ ହେବାକୁ ଥିବା ସଂକୁଳ ସ୍ତରୀୟ ଜ୍ଞାନବିଜ୍ଞାନ ମେଳାରେ ପୁଣି ଅଂଶଗ୍ରହଣ କରିବା ନେଇ ବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.