
ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଠାରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତାକାଲି ରାଷ୍ଟ୍ରପତି କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିବେ। ୪ ଅଗଷ୍ଟରେ ରାଷ୍ଟ୍ରପତି ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ଟ୍ରେନ ଯାତ୍ରା କରିବେ ଏବଂ ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିର ଓ ଶିବ ମନ୍ଦିରରେ ଦର୍ଶନ ଏବଂ ଆଳତୀ କରିବେ।