oom

ଆସ‌ନ୍ତା ବୁଧବାର ଦିନ ୧୦ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା : ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

jsmm

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ମଙ୍ଗଳବାର ଦିନ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜର ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ଓଡିଶାର ବାକି ଜିଲ୍ଲାମାନଙ୍କରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଥିବା ବେଳେ ଆସନ୍ତା ବୁଧବାର ଦିନ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ବାଲେଶ୍ୱର, ଭଦ୍ରକ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି । ତେଣୁ ଏହି ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

jittmm
Leave A Reply

Your email address will not be published.