
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥିତ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ପରିସରରେ ପୂଣ୍ୟାତ୍ମା ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୨ ତମ ଜୟନ୍ତୀ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ. ରାଜେନ୍ଦ୍ର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁରର ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ଗୋପାଳପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତ୍ରିନାଥ ବେହେରା, ଆଇନଜିବୀ ପ୍ରଶାନ୍ତ ଶତପଥୀ ପ୍ରମୁଖ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଆଦର୍ଶତା, ଜଣେ କର୍ତ୍ତବ୍ୟନିଷ୍ଠ ଶିକ୍ଷାବିତ୍ ଏହି ଜନମାନସରେ ବିରଳ ବୋଲି ବକ୍ତାମାନେ ମତପ୍ରକାଶ କରିଥିଲେ । ଓଡ଼ିଆ ଭାଷା ସାହିତ୍ୟ କ୍ଷେତ୍ରରେ ପଣ୍ଡିତ ନୀଳକଣ୍ଠଙ୍କ ଉଲ୍ଲେଖନୀୟ ଅବଦାନ ଅତୁଳନୀୟ ବୋଲି ମୁଖ୍ୟବକ୍ତା ଅଶୋକ କୁମାର ଚୌଧୁରୀ ମତବ୍ୟକ୍ତ କରିଥିଲେ । ମହାବିଦ୍ୟାଳୟର ଅଧ୍ୟାପିକା (ଶିକ୍ଷା) ଶ୍ରୀମତୀ ଶୁଭଶ୍ରୀ ଦାସ, ରସାୟନ ବିଜ୍ଞାନ ଵିଭାଗ ଅଧ୍ୟାପିକା ଶ୍ରୀମତୀ ଆରତୀ ପଟ୍ଟନାୟକ ପ୍ରମୁଖ ଏହି କାର୍ଯ୍ୟକ୍ରମର ସଂଯୋଜନା ଓ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ଅର୍ଜନ କରିଥିବା ବିଦ୍ୟାର୍ଥୀଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇଥିଲା । ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା, ସମସ୍ତ କର୍ମଚାରୀ ପ୍ରମୁଖ ସକ୍ରୀୟ ସହଯୋଗ କରିଥିଲେ । ଶେଷରେ ଇତିହାସ ଵିଭାଗ ଅଧ୍ୟାପକ ସୂର୍ଯ୍ୟ ନାରାୟଣ ଡାକୁଆ ଧନ୍ୟବାଦ ଅର୍ପଣ କରିଥିଲେ ।