csstore

ରାଜ୍ୟରେ ଆଜି ୬୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୨୦ ରହିଛି । ଆଜି ୬୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୪, ବରଗଡ଼ରୁ ୧, ବଲାଙ୍ଗିରରୁ ୫, କଟକରୁ ୨, ଯାଜପୁରରୁ ୧, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୨, ମୟୁରଭଂଜରୁ ୨, ନୂଆପଡ଼ାରୁ ୬, ପୁରୀରୁ ୧୩, ସମ୍ବଲପୁରରୁ ୯, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୯ ଓ ଷ୍ଟେଟ ପୁଲ୍‌ରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୬୩୨୨ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୩୬୩୭ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jayashree
Leave A Reply

Your email address will not be published.