jayashree

ମିଡିଆକିଆ ପଞ୍ଚାୟତରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଦେଶପ୍ରେମ, ଜାତୀୟତାବୋଧ ଓ ଦେଶର ଗୌରବମୟ ତ୍ରିରଙ୍ଗା ପ୍ରତି ସମ୍ମାନର ବାର୍ତ୍ତା ନେଇ ୮୦ ତମ ସ୍ୱାଧୀନତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ନୁଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏନେଇ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରକାର ସେଲଫି ପଏଣ୍ଟ କରିବା ସହ ପ୍ରତିଯୋଗିତା ଆୟୋଜନ କରି କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିରେ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ଅଭିଭାବକ ସାମିଲ ହୋଇ ଦେଶପ୍ରେମର ନିଆରା ପରିବେଶ ସୃଷ୍ଟି କରିଥିଲେ । ଏଥିରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଫିଲିପ କୁମାର ଦିଗାଳଙ୍କ ସମେତ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ କିମନ୍ତି ମଲିକ, ସରୋଜିନୀ ମଲିକ, ଶିଶୁ ସେବିକା ତପସ୍ୱିନୀ ପୂଜାରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.