jayashree

ଦେଓଗାଁ ବ୍ଲକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜୁର୍ଲାକାନି ପ୍ରାଥମିକ ବିଦ୍ୟାଳୟରେ ଦୁଇ ଦିନିଆ ବ୍ଲକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପୁରୋହିତଙ୍କ ଅଧ୍ୟକ୍ଷତାରେ ତଥା ଦେଓଗାଁ କ୍ଲଷ୍ଟର ସିଆରସିସି ସୁଶାନ୍ତ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ପ୍ରଥମ ଦିବସରେ ଦେଓଗାଁ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କବିରାଜ ମାଝୀ ଯୋଗ ଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ । ଉଦ୍‌ଯାପନୀ ଦିବସରେ ବ୍ଲକ ବିଆରସି ତଥା ଏବିଇଓ ଚୈତନ୍ୟ ଧରୁଆ ଯୋଗଦେଇ୧୫ଟି କ୍ଲଷ୍ଟରର ୩୦ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଓ ବିଭିନ୍ନ କ୍ଲଷ୍ଟର ସିଆରସିସିମାନଙ୍କୁ ଶିକ୍ଷଣ ସାମଗ୍ରୀର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ । ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.