
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସତ୍ୟ ଭୂଷଣ ସାହୁ ଆଉ ନାହାନ୍ତି । ଆଜି ଅପରାହ୍ନ ୨ଘଣ୍ଟା ୧୦ ମିନିଟରେ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଥିବା ପରିବାର ସୂତ୍ରରୁ ଜଣାପଡ଼ିଛି । ସ୍ୱର୍ଗତ ସାହୁ ପଦ୍ମପୁର ବିଧାନସଭା ଆସନରୁ ଏକାଧିକ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହେଉଥିଲା ।