jayashree

ଲୋଇସିଂହା କଲେଜରେ “ପୋଷ- ଆକ୍ଟ” ସଚେତନତା କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ମହାବିଦ୍ୟାଳୟର “ଶକ୍ତିଶ୍ରୀ” ସେଲ ଆନୁକୂଲ୍ୟରେ “ପୋଷ- ଆକ୍ଟ” ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଦେବଦତ୍ତ ଗୁରୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଆଇନଜୀବୀ ଦିଲୀପ କୁମାର ବେହେରା ଯୋଗଦେଇ ପୋଷ ଆକ୍ଟ ତଥା ନାରୀମାନଙ୍କ ପ୍ରତି ହେଉଥିବା ଯୌନ ନିର୍ଯ୍ୟାତନା ତଥା ସଚେତନତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ରାଜନୀତି ବିଜ୍ଞାନ ମୁଖ୍ୟ ପ୍ରାଧ୍ୟାପକ ଦୟାନିଧି ସାହୁ ଓ ଅଧ୍ୟାପିକା ସୋନାଲି ଶବର ନାରୀ ସୁରକ୍ଷା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଓଡ଼ିଆ ବିଭାଗ ମୁଖ୍ୟ ଅଧ୍ୟାପକ ଜଗମୋହନ ଦର୍ଜି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ “ଶକ୍ତିଶ୍ରୀ” ସେଲ ସଂଯୋଜିକା ଗୀତାଞ୍ଜଳି ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ ।

Leave A Reply

Your email address will not be published.