jayashree

ଲୋଇସିଂହା ବ୍ଲକ ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ୱେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଲିମ ଶିବିର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ୱେଚ୍ଛାସେବୀ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ବ୍ଲକସ୍ତରୀୟ ଏକ ଦିବସୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଲୋଇସିଂହା ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବସନ୍ତ କୁମାର ଭୋଇ ଏବଂ ରୁଦ୍ରଦେବ ଷଡ଼ଙ୍ଗୀ ଯୋଗ ଦେଇଥିଲେ । ଗୋଷ୍ଠୀ ଶିକ୍ଷା ଅଧିକାରୀ ଭୁଏ ସରକାରଙ୍କ ଦ୍ଵାରା ଗ୍ରହଣ କରାଯାଇଥିବା ଏହି କାର୍ଯ୍ୟକ୍ରମକୁ ସହଯୋଗ କରି ଶତ ପ୍ରତିଶତ ସଫଳ କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ ଜଣାଇଥିଲେ । ଏଥିସହିତ ଆଗାମୀ ୨୦ ତାରିଖ ଦିନ ଅନୁଷ୍ଠିତ ହେବାକୁ ଥିବା ନବ ସାକ୍ଷରଙ୍କ ପାଇଁ ଉଦ୍ଦିଷ୍ଟ ମୂଲ୍ୟାୟନ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସମ୍ପାଦନ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଆଞ୍ଚଳିକ ସାଧନ କର୍ମୀ ନିତ୍ୟାନନ୍ଦ ବାଗ ଏବଂ ଶୋଭଙ୍କର ପ୍ରଧାନ ପ୍ରଶିକ୍ଷକ ଭାବରେ ଦାୟିତ୍ଵ ତୁଲାଇଥିଲେ । ଏହି କାର୍ଯ୍ୟକ୍ରମରେ ମୋଟ୍ ୪୦ ଜଣ ସର୍ଭେୟର ଏବଂ ସ୍ୱେଚ୍ଛାସେବୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ତାଲିମ ପ୍ରଦାନ କରାଯାଇଥିଲା । ଉଦ୍‌ଯାପନୀ ପର୍ବରେ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସଦାନନ୍ଦ ଭୋଇ ଯୋଗଦେଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ ।

Leave A Reply

Your email address will not be published.