
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତ କର୍ଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁରିବାହାଲ ବ୍ଲକର ବିଭିନ୍ନ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରୁ ପ୍ରାୟ ୪୨ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲିଲୁମୋହନ ପଧାନ ଓ ଦିଗନ୍ତ ମେହେର ଯୋଗଦେଇଥିଲେ । ବିଚାରକ ଭାବେ ସୌମ୍ୟରଞ୍ଜନ କର ଓ ସୋନୁ ଜାଲ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମରେ ଭାଗ ନେଇଥିବା ଛାତ୍ରଛାତ୍ରୀମାନେ ଶକ୍ତି ସମ୍ପଦର ସମ୍ଭାବନା ଓ ଆହ୍ୱାନ ସମ୍ବନ୍ଧରେ ନିଜ ନିଜର ମତ ପ୍ରଦାନ କରିଥିଲେ । ଏହି ଆଲୋଚନା ଚକ୍ରରେ କର୍ଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଯଶୋବନ୍ତ ସାହୁ ପ୍ରଥମ, ଇଛାପଡା ଉଚ୍ଚ ବିଦ୍ୟାଳୟର କ୍ଷିତେଶ୍ୱରୀ ମେହେର ଦ୍ୱିତୀୟ ଓ ଆୟୁଷ କୁମାର ମହାନନ୍ଦ ତୃତୀୟ ସ୍ଥାନ ଅଧିକାର କରିଥିଲେ । ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ କୁମାର ନାୟକଙ୍କ ସଭାପତିତ୍ୱରେ ଶିକ୍ଷକ ସୁଧାଂଶୁ ଶେଖର ମିଶ୍ର ମଞ୍ଚ ପରିଚାଳନା ସହ ଧନ୍ୟବାଦ ଦେଇଥିଲେ ।