
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଭାରପ୍ରାପ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୩୧ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୧୮ ବ୍ୟକ୍ତିଗତ ଏବଂ ୧୩ଟି ସାମୂହିକ ଦରଖାସ୍ତ ଥିଲା । ସମସ୍ତ ଦରଖାସ୍ତ ଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି । ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ସୋନପୁର ଡ. ସୌମ୍ୟରୂପା ରଥ, ତହସିଲଦାର ସୋନପୁର ଜି. ରଶ୍ମିରେଖା, ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରତୀକ କର, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ ।