
ସୁନ୍ଦରଗଡ, (କେପିଏନ୍ଏସ୍) : ଲାଠିକଟା ବ୍ଲକର ସମ୍ମିଳନୀ କକ୍ଷଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ସୁନ୍ଦରଗଡର ଆୟୋଜନ କ୍ରମେ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀମାନଙ୍କ ପାଇଁ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଏକ ତାଲିମ ଅନୁଷ୍ଠିତ କରାଯାଇଛି । ଏହି ତାଲିମ କାର୍ଯ୍ୟକ୍ରମରେ ଲାଠିକଟା ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନସ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କହିଲେ ଶିଶୁମାନଙ୍କ ଆବଶ୍ୟକ ଯତ୍ନ ଓ ସୁରକ୍ଷା ଜରୁରୀକାଳୀନ ଭିତ୍ତିରେ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିରୁ ଶତକଡା ୫ ପ୍ରତିଶତ ସହ ଅର୍ଥକୁ ସୁନିଶ୍ଚିତ କରିବା ପାଇଁ ସମସ୍ତଙ୍କର ସାହାଯ୍ୟ କାମନା କରିଥିଲେ । ଏହି ଅବସରରେ ଜିପିଡିଓ ଅସିତ୍ କୁମାର ମିଶ୍ର କହିଲେ ପଞ୍ଚାୟତ ନିର୍ବାହୀ ଅଧିକାରୀ ମାନେ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିରୁ ଶତକଡା ୫ ପ୍ରତିଶତ ସହ ଅର୍ଥକୁ ସୁନିଶ୍ଚିତ କରିବା ପାଇଁ ପ୍ରକାଶ କରିଥିଲେ ଏବଂ ତତ୍ ସହିତ ବାଲ୍ୟ ବିବାହ ଅଧିକାରୀମାନେ ପଞ୍ଚାୟତ ସ୍ତରରେ ବୋର୍ଡ ଲଗାଇବା ଉପରେ ଜଣାଇଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀବନ୍ତ ଜେନା କିଶୋର ନ୍ୟାୟ ଆଇନ୍ ଉପରେ ଶିଶୁମାନଙ୍କର ଯତ୍ନ ଓ ସୁରକ୍ଷା ଉପରେ ବିଭିନ୍ନ ପ୍ରକାର ଆଇନ୍ ତଥା ବାଲ୍ୟବିବାହ ନିରୋଧ ଆଇନ, ପୋକ୍ସୋ ଆଇନ୍, ଶିଶୁ ଶ୍ରମିକ ନିରୋଧ ଆଇନ, ପି ସି ପି ଏନ୍ ଡି ଟି ଆଇନ୍ ଉପରେ ଜଣାଇଥିଲେ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା ଆକାଶ କୁମାର ପାତ୍ର ତାଲିମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ କହିବା ସହ ସରପଞ୍ଚ ଓ ଇଓ ମାନଙ୍କର ଭୂମିକା, ଦାୟିତ୍ଵ ଉପରେ ଜଣାଇଥିଲେ । ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିର ଅନ୍ଟାଏଡ ପାଣ୍ଠିର ୫ % ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶିଶୁ ମାନଙ୍କୁ ଚିହ୍ନଟ କରି ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଗୋଷ୍ଠୀ ଭିତ୍ତିକ ଯୋଜନା ଓ ବ୍ୟକ୍ତିଗତ ଯୋଜନା ପ୍ରସ୍ତୁତି କରିବା ପାଇଁ ଏକ ତାଲିମ ପ୍ରଦାନ କରିଥିଲେ । ସିଡିପିଓ ଦମୟନ୍ତୀ ପାତ୍ର କହିଲେ ବାଲ୍ୟ ବିବାହ ମୁକ୍ତ ଗ୍ରାମ ପଞ୍ଚାୟତ ଗଠନ, ବେଟି ବଚାଓ ବେଟି ପଢାଓ ବୋଲି ଜଣାଇଥିଲେ, ଏସ୍ଆଇ ନିବେଶ କୁମାର ପାନା ବାଲ୍ୟବିବାହ ଆଇନ୍ ଉପରେ ମତାମତ ଦେଇ ପୋଲିସ ବିଭାଗ ତରଫରୁ ସମସ୍ତ ପ୍ରକାର ସାହାଯ୍ୟ କରାଯିବ ବୋଲି ମତ ପ୍ରକାଶ କରିଥିଲେ । ପରିଶେଷରେ ଆକାଶ କୁମାର ପାତ୍ର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରି ତାଲିମକୁ ଶେଷ କରିଥିଲେ ।