jayashree

ସିରୋଲ ପିଏମ୍‌ଶ୍ରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ପିଏମ୍‌ଶ୍ରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ବରିଷ୍ଠ ଶିକ୍ଷୟିତ୍ରୀ ଅନୁପ୍ରୀୟା ତାଣ୍ଡିଙ୍କ ଅବସରକାଳୀନ ଓ ଶିକ୍ଷକ ଆଶିଷ କୁମାର ତ୍ରିପାଠୀଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ମୋତିରାମ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ବିଜୟ କୁମାର ରଣା ଯୋଗ ଦେଇଥିବା ବେଳେ ବେଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ରମଣୀ ସାହାଣୀ, ସିରୋଲ୍ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ନାଗ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାଷ୍ଟ୍ରପତି ବଗର୍ତ୍ତି ଓ ପୂର୍ବତନ ଛାତ୍ର ସଂସଦ ସଭାପତି ରୂପଧର ବଗର୍ତ୍ତି ଯୋଗ ଦେଇଥିଲେ । ଅତିଥିମାନେ ଉଭୟ ଶ୍ରୀମତୀ ତାଣ୍ଡି ଏବଂ ଶ୍ରୀ ତ୍ରିପାଠୀଙ୍କ ସମୟାନୁବର୍ତ୍ତିତା ଓ ବିଦ୍ୟାଳୟ ପାଇଁ ତାଙ୍କ ବିଶେଷ ଅବଦାନ ବିଷୟରେ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମକୁ ବାନ୍ଦୁପଳା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲିଲୁମୋହନ ପଧାନ ସଂଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ ସରସ୍ୱତୀ ହୋତା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଆୟୋଜନରେ ପିଏମ୍‌ଶ୍ରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସିରୋଲର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ ।

Leave A Reply

Your email address will not be published.