
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ହେମଗିରି ତହସିଲ ଅନ୍ତର୍ଗତ ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)ଙ୍କ କନଫରେନ୍ସ ହଲ୍ରେ ଆୟୋଜିତ ପଟ୍ଟା ପ୍ରଦାନ କାର୍ଯ୍ୟକ୍ରମରେ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅଭିମନ୍ୟୁ ମାଝୀ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ୱିନୀ ବେହେରା, ସୁନ୍ଦରଗଡ଼ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଧୀରେନ୍ଦ୍ର କୁମାର ସେଠୀ ଉପସ୍ଥିତ ରହି ହିତାଧିକାରୀ ମାନଙ୍କୁ ପଟ୍ଟା ବଣ୍ଟନ କରିଥିଲେ । ଜଙ୍ଗଲ ଜମି ପଟ୍ଟା ପାଇବା ପରେ ହିତାଧିକାରୀମାନେ ନିଜ ଜମି ଉପରେ ଅଧିକାର ପାଇବା ସହ ସୁବିଧାରେ ଜୀବନ ଜୀବିକା ନିର୍ବାହ କରିପାରିବେ ।

