csstore

ଆଜି ରାଜ୍ୟରେ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୫୮ ରହିଛି । ଆଜି ୫୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୨ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧, ବରଗଡ଼ରୁ ୪, ଭଦ୍ରକରୁ ୨, ବଲାଙ୍ଗିରରୁ ୧, ବୌଦ୍ଧରୁ ୧, କଟକରୁ ୩, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୩, କରୋପୁଟରୁ ୩, ନୂଆପଡ଼ାରୁ ୩, ପୁରୀରୁ ୨, ରାୟଗଡାରୁ ୧, ସମ୍ବଲପୁରରୁ୧୧, ସୋନପୁରରୁ ୧ ଓ ସୁନ୍ଦରଗଡରୁ ୭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୬୫୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୩୮୮୮ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jayashree
Leave A Reply

Your email address will not be published.