csstore

ଆଜି ରାଜ୍ୟରେ ୬୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୩୧ ରହିଛି । ଆଜି ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୭ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୫, ବାଲେଶ୍ୱରରୁ ୩, ବରଗଡ଼ରୁ ୨, ଭଦ୍ରକରୁ ୪, କଟକରୁ ୪, ଦେବଗଡରୁ ୩, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, ଖୋର୍ଦ୍ଧାରୁ ୭, କରୋପୁଟରୁ ୩, ମୟୁରଭଞ୍ଜରୁ ୩, ନୂଆପଡ଼ାରୁ ୩, ପୁରୀରୁ ୧, ସମ୍ବଲପୁରରୁ ୨, ସୁନ୍ଦରଗଡରୁ ୧୪ ଓ ଷ୍ଟେଟ ପୁଲ୍‌ରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୬୫୭୮ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୩୯୮୦ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jayashree
Leave A Reply

Your email address will not be published.