
ସଦରବ୍ଲକ, (ରାଜେଶ ଦଣ୍ଡସେନା) : ଆଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚୁଡ଼ାପାଲିରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ବରିଷ୍ଠ ଆଚାର୍ଯ୍ୟ ସତବାଜୀ ବରିହା ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭଆରମ୍ଭ କରିଥିଲେ ଓ ତାଙ୍କୁ ଗୁରୁଜୀ ବିନୋଦ କୁମାର ନାଏକ ସହଯୋଗ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶମ୍ଭୁ ପ୍ରସାଦ ମହାକୁର ସ୍ୱାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିଲେ । ଶ୍ରୀ ବରିହା ଗାନ୍ଧୀ ଓ ଶାସ୍ତ୍ରୀଙ୍କ ବିଷୟରେ ଶିଶୁମାନଙ୍କୁ ମାର୍ଗଦର୍ଶନ କରିଥିଲେ । ଶିଶୁମନ୍ଦିରର ଭାଇ ଭଉଣୀ ମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୀବନୀ ବିଷୟରେ ବକୃତା ପ୍ରଦାନ କରିଥିଲେ । ବରିଷ୍ଠ ଆଚାର୍ଯ୍ୟ ପବିତ୍ର ବାରିକ ମଞ୍ଚପରିଚାଳନା ପୂର୍ବକ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ଓ ସେବିକା ମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।