jayashree

ଛତ୍ରପୁର ଠାରେ ଗଞ୍ଜାମ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶୁକ୍ରବାର ସକାଳେ ଛତ୍ରପୁର ରିଜର୍ଭ ପୋଲିସ ପ୍ୟାରେଡ୍ ପଡ଼ିଆ ସମ୍ମୁଖସ୍ଥ ଶିଶୁ ଉଦ୍ୟାନରେ ‘ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ଛତ୍ରପୁର ପୌର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ଜି. ପାପା ରାଓ, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ହରିଶ ବି.ସି., ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଆଇଏଏସ୍ ପ୍ରୋବାସନର ଏସ୍. ସରଣ୍ୟା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ ଏବଂ ଛତ୍ରପୁର ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାସଙ୍କ ସମେତ ଜନପ୍ରତିନିଧି, ବୁଦ୍ଧିଜୀବୀ, ସାମ୍ବାଦିକ, ସ୍ୱେଚ୍ଛାସେବୀ ଓ ପୌର ପରିଷଦର କର୍ମଚାରୀମାନେ ଯୋଗଦେଇ ଶିଶୁ ଉଦ୍ୟାନର ସଫେଇ କାର୍ଯ୍ୟରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ଜିଲ୍ଲାପାଳ ସ୍ୱଚ୍ଛତାକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବା ସହ ପରିବେଶକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ସ୍ୱଚ୍ଛତା ପ୍ରତି ସଚେତନତା ବୃଦ୍ଧି କରିବା ଦିଗରେ ସମସ୍ତେ ସକ୍ରିୟ ସହଯୋଗ କରିବାକୁ ଆହ୍ୱାନ ଦେଇଥିଲେ ।

Leave A Reply

Your email address will not be published.