
ରାଉରକେଲା, (ସସ୍ମିତା ପ୍ରଧାନ) : ନୂଆଗାଁ ବ୍ଲକ କାର୍ଯ୍ୟାଳୟରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୧୦୮ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ସେଥି ମଧ୍ୟରୁ ୫୪ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୫୧ଟି ସାମୁହିକ ଅଭିଯୋଗ ରହିଥିଲା । ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଥିିକ ସହାୟତା ପାଇଁ ୨ ବ୍ୟକ୍ତି ଓ ରେଡକ୍ରସ ପାଣ୍ଠି ପାଇଁ ଜଣେ ବ୍ୟକ୍ତି ଆବେଦନ କରିଥିଲେ । ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତାଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା । ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ରାଉରକେଲା ଡିଏଫ୍ଓ ରବିକାନ୍ତ ମୀନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ, ପିଏ ଆଇଟିଡିଏ ବିକ୍ରଣୀ କିସ ପୋଟ୍ଟ । ସମେତ ନୂଆଗାଁ ବିଡିଓ ଜ୍ୟୋତିବିକାଶ ଦାଶ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।