jayashree

ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ରହି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ଗାଁରୁ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ସମସ୍ୟା ଉପସ୍ଥାପନ କରିଥିଲେ । ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଦାଖଲ ହୋଇଥିବା ଅଭିଯୋଗପତ୍ର ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ ।
ଏହି ଶିବିରରେ ମୋଟ ୮୯ଟି ଅଭିଯୋଗପତ୍ର ପଞ୍ଜୀକୃତ ହେଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୮୪ଟି ଏବଂ ସାମୂହିକ ସମସ୍ୟା ସମ୍ବନ୍ଧୀୟ ୦୫ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିବା ବେଳେ ୦୮ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଛି । ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଡାଃ. ବିଜୟାନନ୍ଦ ସେଠୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.