jayashree

ତୁଷୁରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୬ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୬ ସରକାରୀ ଆଶ୍ରମ ବିଦ୍ୟାଳୟ ମହୀପୁର ଠାରେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଉପନଗରପାଳ ମାମୀ ଦାସ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଏଥିରେ ମୁଖ୍ୟବକ୍ତା ଭାବେ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ ଯୋଗ ଦେଇ ସୁରଭି ଶିଶୁର ସର୍ବାଙ୍ଗୀନ ବିକାଶର ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ଏବିଇଓ ବିପିନ ବାଗ ଓ ଏସ୍‌ଏମ୍‌ସି ଚେୟାରମେନ ହରିଶ୍ଚନ୍ଦ୍ର ଭୋଇ ଯୋଗ ଦେଇ କାର୍ଯ୍ୟକ୍ରମ ସଫଳତା କାମନା କରିଥିଲେ । ସିଆର୍‌ସିସି ଜଗମୋହନ ତ୍ରିପାଠୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଓ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ । ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ନଗରପାଳ ଅଜୟ ଜୟଶ୍ବାଲ ଯୋଗ ଦେଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ସର୍ବ କନିଷ୍ଠ, କନିଷ୍ଠ, ବରିଷ୍ଠ ଓ ବରିଷ୍ଠ ଉଚ୍ଚ ମାଧ୍ୟମିକ ଏହିପରି ଚାରୋଟି ବିଭାଗରେ ମୋଟ ୪୩ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ମୋଟ ୩୫୦ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ଓ ୨୦ଜଣ ଗାଇଡ୍ ଟିଚର୍ ସହଯୋଗ କରିଥିଲେ । ସଂଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ବିଚାରକ ଭାବେ ଗୋବିନ୍ଦ ବାଗ, ଅନ୍ଵେଷା ହୋତା ଓ ଇରାରାଣୀ ଗୁରୁ ଯୋଗ ଦେଇଥିଲେ । ଶେଷରେ ପୂରନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ମହୀପୁର ଆଶ୍ରମ ବିଦ୍ୟାଳୟର ସାଂସ୍କୃତିକ ଦଳ ବ୍ଲକ୍ ସ୍ତରୀୟ ସୁରଭି ପାଇଁ ମନୋନୀତ ହୋଇଥିଲେ । କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ଓ ସହକାରୀ ଶିକ୍ଷକ, ଶିକ୍ଷୟିତ୍ରୀ ତଥା ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ସହଯୋଗ କରିଥିଲେ ।

Leave A Reply

Your email address will not be published.