
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବାନ୍ଦୁପଲା ଆଞ୍ଚଲିକ ସାଧନ କେନ୍ଦ୍ରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲିଲୁ ମୋହନ ପଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଚଲକି ସରପଞ୍ଚ ମମତା ପ୍ରଧାନୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିବା ବେଳେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ, ସମାଜସେବୀ ମୁନିରାମ ଭାଟି, କର୍ଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ କୁମାର ନାୟକ, ଚଲକି ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ କଲାମଣୀ ଚିନ୍ଦା, ଚଳକି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଜିତେନ୍ଦ୍ର ମାଝୀ, ଯଏଁନ୍ତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଜଗମୋହନ ରାଉତ ମଞ୍ଚାସୀନ ଥିଲେ । ଏହି କାର୍ଯ୍ୟକ୍ରମକୁ ଚଲକି ସହକାରୀ ଶିକ୍ଷକ ଭୋଜରାଜ ପ୍ରଧାନ ପରିଚାଳନା କରିଥିବା ବେଳେ, ସର୍ଗୁଲ ପ୍ରଧାନଶିକ୍ଷକ ଜିତେନ୍ଦ୍ର ନାଗ ଧନ୍ୟବାଦ ଜ୍ଞାପନ କରିଥିଲେ । ତିନୋଟି ବର୍ଗର ଛାତ୍ରଛାତ୍ରୀଙ୍କୁ ନେଇ ୨୬ଟି ପ୍ରତିଯୋଗିତା ହୋଇଥିଲା । ପ୍ରତ୍ୟେକ ବର୍ଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ଆଗାମୀ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ମନୋନୀତ କରାଗଲା । ଏହି କାର୍ଯ୍ୟକ୍ରମ ଆୟୋଜନରେ ବାନ୍ଦୁପଲା ଆଞ୍ଚଲିକ ସାଧନ କେନ୍ଦ୍ର ଅନ୍ତର୍ଗତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।