jayashree

ଆଗଲପୁର ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ : ସଭାପତି ପଦ ପାଇଁ ତ୍ରିମୁଖୀ ଲଢ଼େଇ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଛାତ୍ର ସଂସଦ ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିଛି । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର ଦିବସରେ ସଭାପତି ପଦ ପାଇଁ ପ୍ରାର୍ଥୀ ହୋଇଥିବା ନାରାୟଣ ଭୁଏ ନିଜ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି । ନିର୍ଦ୍ଧାରିତ ସମୟ ପରେ ମହାବିଦ୍ୟାଳୟ ପକ୍ଷରୁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇଛି । ଏହି ତାଲିକା ଅନୁଯାୟୀ, ସଭାପତି ପଦ ପାଇଁ ଆଉ ତିନିଜଣ ପ୍ରାର୍ଥୀ ନିର୍ବାଚନୀ ମଇଦାନରେ ରହିଛନ୍ତି । ଫଳରେ ଏହି ପଦ ପାଇଁ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବା ସ୍ପଷ୍ଟ ହୋଇଛି । ସେହିପରି ଉପସଭାପତି ଓ କ୍ରୀଡ଼ା ସମ୍ପାଦକ ପଦ ପାଇଁ ଦୁଇଜଣ ଲେଖାଏଁ ପ୍ରାର୍ଥୀ ରହିଛନ୍ତି । ଅନ୍ୟପକ୍ଷରେ ସାଧାରଣ ସମ୍ପାଦକ ଓ ସାଂସ୍କୃତିକ ସମ୍ପାଦକ ପଦ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ରହିଥିବାରୁ ଉଭୟ ପଦରେ ସେମାନେ ନିର୍ଦ୍ୱନ୍ଦ୍ୱରେ ମନୋନୀତ ହୋଇଛନ୍ତି । ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପରେ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ସାହ ବଢ଼ିଥିବା ବେଳେ ସଭାପତି ପଦର ଲଢ଼େଇ ଉପରେ ସମସ୍ତଙ୍କ ନଜର ରହିଛି ।

Leave A Reply

Your email address will not be published.