
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ ଅନ୍ତର୍ଗତ ଆଞ୍ଚଳିକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଉପରଝର ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ସାଂସ୍କୃତିକ କାର୍ଯ୍ୟକ୍ରମ ଆନନ୍ଦ ଓ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଦେଓଗାଁ ବ୍ଲକ୍ର ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ କବିରାଜ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ସହିତ ସାଂସ୍କୃତିକ ଓ ସୃଜନଶୀଳ କାର୍ଯ୍ୟକଳାପରେ ଭାଗ ନେବାକୁ ଉତ୍ସାହିତ କରିଥିଲେ । ‘ସୁରଭି’ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ କରିବା ସହ ଓଡ଼ିଆ ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ପ୍ରତି ଆଗ୍ରହ ବୃଦ୍ଧି କରିବା । ଏହି ଅବସରରେ ବିଭିନ୍ନ ସାଂସ୍କୃତିକ ଓ ସୃଜନଶୀଳ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଏଥିରେ ଭାଗ ନେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଜେଶ ମିଶ୍ର, ସିଆରସିସି ଅମିତାଭ ବାରିକ ତଥା କ୍ଲଷ୍ଟରର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।