କରୋନା ନୂଆ ଷ୍ଟ୍ରେନକୁ ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ଦେଶରେ ପୁଣି କରୋନାର ନୂଆ ଷ୍ଟ୍ରେନ ଦେଖିବାକୁ ମିଳିଲାଣି । ସଂକ୍ରମଣ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଯାହା ଏବେ ଚିନ୍ତା ବଢାଇ ଦେଇଛି । ସଂପୃକ୍ତ ରାଜ୍ୟମାନଙ୍କରେ ପୁଣି ଲକଡାଉନ୍ ଫେରିଛି । ଏ ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ସବୁ ସ୍କୁଲରେ କଡ଼ାକଡ଼ି ଭାବେ ଏସ୍‌ଓପି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସାମାଜିକ ଦୂରତା ରକ୍ଷା ଓ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ । ବିଭାଗୀୟ ଅଧିକାରୀଙ୍କୁ ନଜର ରଖିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । ତେବେ ଓଡ଼ିଶାରେ ସେମିତି ସ୍ଥିତି ଆସିନି । ଅବସ୍ଥା ଦେଖି ବ୍ୟବସ୍ଥା କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

Leave A Reply

Your email address will not be published.