jayashree

ନବନିର୍ବାଚିତ ଛାତ୍ର ସଂସଦ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧନା କଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ

ସଇଁତଲା, (ଖୁସିରାଣୀ ସାହୁ) : ସଇତଲା ପଞ୍ଚାୟତ ସମିତି ସରକାରୀ ମହାବିଦ୍ୟାଳୟ ଓ ଦେଓଗାଁ ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ସଂସଦ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ । ଉଭୟ ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ସଂସଦ ସଭାପତିଙ୍କ ସମେତ ଅନ୍ୟ ପ୍ରତିନିଧିମାନେ ଶ୍ରୀ ଭୋଇଙ୍କ ବାସଭବନରେ ପହଞ୍ଚିଥିଲେ । ସେଠାରେ ଶ୍ରୀ ଭୋଇ ସମସ୍ତଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିବା ସହ ନିର୍ବାଚନରେ ବିଜୟୀ ହୋଇଥିବାରୁ ଶୁଭେଚ୍ଛା ଜଣାଇଥିଲେ । ଏହି ଅବସରରେ ନବନିର୍ବାଚିତ ଛାତ୍ର ପ୍ରତିନିଧିମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ଭବିଷ୍ୟତ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ । ଛାତ୍ରଛାତ୍ରୀମାନେ ନିଜର ଶିକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେବା ସହ ଛାତ୍ର ସମାଜର ସ୍ୱାର୍ଥ ରକ୍ଷା ଏବଂ ସାମାଜିକ ଦାୟିତ୍ୱ ନିର୍ବାହ ଦିଗରେ ଯତ୍ନବାନ ହେବାକୁ ସେ ଆହ୍ୱାନ ଦେଇଥିଲେ । ଏଥିସହ ସମସ୍ତ ନବନିର୍ବାଚିତ ପ୍ରତିନିଧିଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ଶ୍ରୀ ଭୋଇ ।

Leave A Reply

Your email address will not be published.