jayashree

ଖରିଆର ରୋଡ୍‌ରେ ଯୁବକଙ୍କୁ ଛୁରାମାଡ଼, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖରିଆର ରୋଡ୍‌ରେ ଜଣେ ଯୁବକଙ୍କୁ ଛୁରାମାଡ଼ ଘଟଣାକୁ ନେଇ ଉତ୍ତେଜନା। ଗତକାଲି ରାବଣପୋଡ଼ି ଉତ୍ସବ ସମୟରେ କୌଣସି କାରଣକୁ ନେଇ କିଛି ଦୁର୍ବୃତ୍ତ ଯୁବକଙ୍କୁ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣ ପରେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ରାସ୍ତାରୋକ କରାଯାଇଛି। ଫଳରେ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଅନ୍ୟପଟେ, ଘଟଣାକୁ ନେଇ ପୁଲିସ ତଦନ୍ତ ଜାରି ରଖିଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ଦାବି ଜୋର ଧରିଥିବା ବେଳେ ପୁଲିସର ପରବର୍ତ୍ତୀ ପଦକ୍ଷେପ ଉପରେ ସମସ୍ତଙ୍କ ନଜର ରହିଛି।

Leave A Reply

Your email address will not be published.