jayashree

ରାଜବୋଡ଼ାସମ୍ବରରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

  • ୩୨ଟି ଅଭିଯୋଗର ଶୁଣାଣି ଓ ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବୋଡ଼ାସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ଜନ ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜମି ବିବାଦ, ବାସଗୃହ, ଉଚ୍ଛେଦ ସମସ୍ୟା, ବିଦ୍ୟୁତ୍ ଯୋଗାଣ, ରାସନକାର୍ଡ, ବାର୍ଦ୍ଧକ୍ୟ ଓ ଭିନ୍ନକ୍ଷମ ଭତ୍ତା, ରାସ୍ତା ନିର୍ମାଣ ଏବଂ କୃଷି ସମ୍ବନ୍ଧୀୟ ସମସ୍ୟା ନେଇ ସମୁଦାୟ ୩୨ ଗୋଟି ଅଭିଯୋଗ ଆସିଥିଲା । ଏଥିମଧ୍ୟରୁ ୨୮ ଗୋଟି ବ୍ୟକ୍ତିଗତ ଏବଂ ୪ ଗୋଟି ସାମୂହିକ ଅଭିଯୋଗ ରହିଥିଲା । ଆସିଥିବା ସମସ୍ତ ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅବସରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନର ଶୁଭାରମ୍ଭ ନିମନ୍ତେ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀଗଣ ଶପଥ ପାଠ କରିଥିଲେ । ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ରନାଥ ଶତପଥି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ, ପଦ୍ମପୁର ଉପଜିଲ୍ଲାପାଳ ହେମସାଗର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପାଣ୍ଡବ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ଦେବତା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଶୁଣିଥିଲେ ।

Leave A Reply

Your email address will not be published.