jayashree

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ ଆଶଙ୍କା : ୨୮ ତାରିଖରେ ବଲାଙ୍ଗିର ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଓ ଖରାପ ପାଗ ଆଶଙ୍କାକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲ୍ଲାରେ ଆସନ୍ତା ୨୮ ତାରିଖରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ ସମେତ ଓଏଭି, କେଭି, ଇଏମ୍ଆରଏସ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ତେବେ ଶିକ୍ଷକ ଓ କର୍ମଚାରୀମାନେ ସ୍କୁଲରେ ଉପସ୍ଥିତ ରହିବେ । ଜରୁରୀ ପରିସ୍ଥିତିରେ ଆଶ୍ରୟସ୍ଥଳ ଭାବେ ବ୍ୟବହାର ପାଇଁ ସ୍କୁଲ ଖୋଲା ରଖିବା ସହ ଆବଶ୍ୟକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ରହିଛି ।

Leave A Reply

Your email address will not be published.