
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ ବଡ଼ବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଦିନ ବ୍ଲକ୍ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ଦେଓଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତା ରାଣୀ ଭୋଇ, ସ୍ଥାନୀୟ ସରପଞ୍ଚ ଜଗବନ୍ଧୁ ମେହେର, ଏବିଇଓ କବିରାଜ ମାଝୀ, ଚୈତନ୍ୟ ଧରୁଆ, ଜଗଦୀଶ ପଧାନ, ବଡ଼ବନ୍ଧ ସିଆରସିସି ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବରେ ଅତିଥି ଭାବେ ଦେଓଗାଁ ବ୍ଲକ୍ ଅଧ୍ୟକ୍ଷ ଦୟାନିଧି ଖମାରୀ, ଅବସରପ୍ରାପ୍ତ ଶିକ୍ଷକ ନବୀନ ମେହେର, ଶିକ୍ଷକ ପରୀକ୍ଷିତ ପଧାନ, ଭକ୍ତରଞ୍ଜନ ଭୋଇ ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ବଡବନ୍ଧ କ୍ଲଷ୍ଟରର ସିଆରସିସିଙ୍କ ସହ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ପରିଚାଳନା ଦାୟିତ୍ୱ ତୁଲାଇଥିଲେ । ଏହି କାର୍ଯ୍ୟକ୍ରମରେ ଦେଓଗାଁ ବ୍ଲକର ବିଭିନ୍ନ ବିଦ୍ୟାଳୟର କୃତି ପ୍ରତିଯୋଗୀମାନଙ୍କ ସହ ଗାଇଡ ଶିକ୍ଷକମାନେ ଉପସ୍ଥିତ ଥିଲେ ।