jayashree

ପତ୍ରାପାଲି(ଖ)ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି(ଖ)ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସରପଞ୍ଚ ଲବଣୀ ନାଗ ମୁଖ୍ୟ ଅତିଥି, ବ୍ଲକ ଉପାଧ୍ୟକ୍ଷା ଯାଜ୍ଞସେନୀ ହାତୀ, ହଳଦୀ ମଣ୍ଡଳ ସଭାପତି ସୁବାସ ପୋଢ଼, ପ୍ରଧାନଶିକ୍ଷକ ଲକ୍ଷ୍ମୀନାରାୟଣ ଛତ୍ରିଆ ଓ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପଦ୍ମନ ପ୍ରଧାନୀ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନିର୍ବାଚିତ ଲୋକପ୍ରତିନିଧି, ସିଆର୍‌ସିସି, କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ପରିଚାଳନା କମିଟି ଓ ଅଭିଭାବକମାନେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.