
ମୁରିବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେଜିବିବି)ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ସମଗ୍ର ଓଡ଼ିଶାରେ ସର୍ବମୋଟ ୬୩୦ଟି ତଥା ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକରେ ତୃତୀୟ ପର୍ଯ୍ୟାୟରେ ମୋଟ ୦୮ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ବ୍ଲକ ବିଇଓ ଶାନ୍ତନୁ କୁମାର ପଢ଼ିହାରି ଓ ଏବିଇଓ କୋଦଣ୍ଡଧର ଭୋଇଙ୍କ ତତ୍ୱାବଧାନରେ ୦୮ଟି ସ୍ଥାନରେ କାର୍ଯ୍ୟକ୍ରମ ସବୁ ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେଜିବିବି) ସ୍କୁଲରେ ଅନୁଷ୍ଠିତ ଭିତ୍ତିପ୍ରସ୍ତର ସ୍ଥାପନରେ ପ୍ରଧାନଶିକ୍ଷକ ଥୟରାଜ ପ୍ରଧାନୀଙ୍କ ସଭାପତିତ୍ୱରେ ତଥା ଶିକ୍ଷକ ମଦନ ବାଗଙ୍କ ସଂଯୋଜନାରେ ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେର ମୁଖ୍ୟଅତିଥି, ବିଡ଼ିଓ ବାସନ୍ତୀ ସେଠୀ, ସରପଞ୍ଚ ବିଶ୍ୱବିହାରୀ ଯୋଶୀ, ସମିତି ସଭ୍ୟ ଚକ୍ରଧର ହେର୍ଣ୍ଣା, ଓଏଭି ଅଧ୍ୟକ୍ଷ ତ୍ରିବିକ୍ରମ ସାହୁ, ସିଆର୍ସିସି ହୃଷିକେଶ ଶିକା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁବାସ ନିଆଲ, ୱାର୍ଡସଭ୍ୟ ବିଭୀଷଣ ଛୁରା ଓ ସମାଜସେବୀ ନାରାୟଣ ସାହୁ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ଛାତ୍ରୀଙ୍କ ଦ୍ୱାରା ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ବଡ଼ଜେନା ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ ।