
ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ବ୍ଲକ ଅନ୍ତର୍ଗତ ଶଙ୍ଖାଭଙ୍ଗା ଗ୍ରାମ ପଂଚାୟତ ସ୍ଥିତ ଶଙ୍ଖାଭଙ୍ଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ । ଜିଲ୍ଲାପାଳ ହେମକାନ୍ତ ସୟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ଅତିଥି ଭାବେ ଯୋଗଦେଇ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ ବାରିପଦା ବିଧାୟକ ପ୍ରକାଶ ସୋରେନ, ଜିଲ୍ଲା ପରିଷଦ ସଭାପତି ଭାରତୀ ହାଁସଦା ଓ ସ୍ଥାନୀୟ ସରପଞ୍ଚ ସାଲଗେ ହେମ୍ବ୍ରମ ପ୍ରମୁଖ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଧାରମାନନ୍ଦ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବେନ୍ଦ୍ର ପ୍ରସାଦ ବଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଗୌତମ ପାତ୍ର, ବିନୋଦ ସିଂ ଓ ଶଶୀଧର ସିଂ ଏବଂ ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନୁଜା ମାଧୁରୀ ଦାସ, ଶାମାଖୁଣ୍ଟା ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିପ୍ତିମୟୀ ସିଂ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରକାଶ ଥାଉକି ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଏହି ବିଦ୍ୟାଳୟ ସ୍ଥାପନ ହେବାକୁ ଥିବାବେଳେ ଆଜି ଶଙ୍ଖାଭଙ୍ଗା, ବୁଢ଼ୀଖମାରୀ, ଚନ୍ଦନପୁର, ବାଙ୍କିଶୋଳରେ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସତ୍ୟନାରାୟଣ ଦାସ, ସୁବାଷ ଚନ୍ଦ୍ର ଜିତବାବୁ, ସିଦ୍ଧେଶ୍ଵର ମିଶ୍ର, ଧନପତି ମିଶ୍ର, ଶୁଭେନ୍ଦୁ ବେହେରା ଓ ଗୌତମ ପ୍ରସାଦ ଦାସ ପ୍ରମୁଖ ସହଯୋଗ କରିଥିଲେ ।