jayashree

ଅର୍ଣ୍ଣବ ରିଲିଫ୍ ପାଣ୍ଠିକୁ ଏକଲକ୍ଷ ଟଙ୍କାର ଏକ ଚେକ୍ ପ୍ରଦାନ କଲେ ଛତ୍ରପୁର ବିଧାୟକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଅର୍ଣ୍ଣବ ରିଲିଫ୍ ପାଣ୍ଠିକୁ ଏକଲକ୍ଷ ଟଙ୍କାର ଏକ ଚେକ୍ ପ୍ରଦାନ କରି ଜନ ମାନସରେ ଏକ ନିଆରା ମାନବିକତାର ପରିଚୟ ସୃଷ୍ଟି କରିପାରିଛନ୍ତି । ଯାହାକି, ନିଜର ଗୋଟିଏ ମାସର ପ୍ରାପ୍ୟ ଦରମାରୁ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଏକଲକ୍ଷ ଟଙ୍କା ରାଶି ବନ୍ୟା ପ୍ରପୀଡିତ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିଛନ୍ତି । ଏକଲକ୍ଷ ଟଙ୍କାର ଏକ ଚେକ୍ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ହସ୍ତରେ ସୋମବାର ଅପରାହ୍ନରେ ଆନୁଷ୍ଠାନିକ ଭାବେ ଅର୍ଣ୍ଣବ ରିଲିଫ୍ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ୍ କରିଛନ୍ତି । ଏହା ଯେ, ଗଞ୍ଜାମ ଜିଲ୍ଲାର ବନ୍ୟା ପ୍ରପୀଡିତ ଲୋକଙ୍କ ସାହାଯ୍ୟ ଦିଗରେ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟରେ ଲାଗିବ ବୋଲି କୁହାଯାଇଛି ।

Leave A Reply

Your email address will not be published.