jayashree

ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କବାଡି ପ୍ରତିଯୋଗିତା ନଭେମ୍ବର ୨୦ରୁ ୨୪

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଶା ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ଓ ମୟୁରଭଞ୍ଜ ଶିକ୍ଷା ବିଭାଗର ସହଯୋଗରେ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ବିଭାଗର କବାଡି ପ୍ରତିଯୋଗିତା ଚଳିତ ମାସ ୨୦ରୁ ୨୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅବସରରେ ସ୍ଥାନୀୟ ଏମ୍‌କେସି ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠିଙ୍କ ସଭାପତିତ୍ୱରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବିନୋଦ କୁମାର ସିଂ ଓ ଶଶୀଧର ସିଂହ, ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜ୍ଞାନ ରଞ୍ଜନ ଆଚାର୍ଯ୍ୟ, ଓଷ୍ଟା ଶିକ୍ଷକ ସଂଘର ସଭାପତି ଚିତ୍ତରଞ୍ଜନ ପଳତା ଓ ସମ୍ପାଦକ କିଶୋର କୁମାର ଆଚାର୍ଯ୍ୟ, ଜିଲ୍ଲା ଶାରୀରିକ ଶିକ୍ଷକ ସଙ୍ଘ ସମ୍ପାଦକ ସଞ୍ଜୟ କୁମାର ପ୍ରଧାନ, ଗଣମାଧ୍ୟମ ସଂଯୋଜକ ସୋମନାଥ ସିଂହ ପ୍ରମୁଖ ଉପସ୍ଥିତ ରହି ଏହି ପ୍ରତିଯୋଗିତାକୁ ସୁଚାରୁ ରୂପେ ସମ୍ପନ୍ନ କରିବା ଉପରେ ସୁଚିନ୍ତିତ ମତ ରଖିଥିଲେ । ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଭାଗିରଥି ମଲ୍ଲିକ ସ୍ୱାଗତ ଅଭିଭାଷଣ ରଖିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାସନ୍ତୀ ଟୁଡୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ପ୍ରତିଯୋଗିତାରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲା ସମେତ ଭୁବନେଶ୍ୱର କ୍ରୀଡା ଜିଲ୍ଲାର ପ୍ରାୟ ୨ ହଜାର ଛାତ୍ରଛାତ୍ରୀ ଓ ଶିକ୍ଷକ/ଶିକ୍ଷୟତ୍ରୀ ଯୋଗଦାନ କରିବେ । ଶାନ୍ତିଶୃଙ୍ଖଳା ସହ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ସଫଳ କରିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ସେଠି ଉପସ୍ଥିତ ସମସ୍ତ କମିଟିର ଶିକ୍ଷକ/ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.