ମର୍ମ‌ନ୍ତୁଦ ସଡକ ଦୁର୍ଘଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର

ଚଣ୍ଡିଖୋଲ : ଯାଜପୁର ଜିଲ୍ଲା ଚଣ୍ଡିଖୋଲ ସ୍ଥିତ ସୁଭଦ୍ରାପୁର ନିକଟରେ ମର୍ମ‌ନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଚଣ୍ଡିଖୋଲ ପଟୁ ଓଆର୦୪ଏନ୭୮୧୪ ନମ୍ବର ଥିବା ଏକ ଅଟୋ ଯାଉଥିବା ବେଳେ ବିପରୀତ ଦିଗରୁ ଏକ ବାଇକ୍ ଆସି ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଉଭୟ ବାଇକ୍ ଆରୋହୀ ଓ ଅଟୋ ଚାଳକ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ବଡଚଣା ‌ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗାଡି ଦୁଇଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.