
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ କଣ୍ଟାବାଞ୍ଜି ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଉପରେ ଏକ ଦୀବସୀୟ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଚକ୍ଷୁ ବିଶେଷଜ୍ଞ ତଥା ସାଧନକର୍ମୀ ଟି. ଆର ପାତ୍ର, ପ୍ରଧାନ ଶିକ୍ଷୟିତ୍ରୀ ନୀହାରିକା ନାଗ ଯୋଗ ଦେଇଥିଲେ । ବିଆର୍ଟି ସୁନୀଲ କୁମାର ସାହୁ ସଭା ପରିଚାଳନା କରିଥିଲେ । ହିଆଁଲ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ହିଆଁଲ, କୁକୁଡାହାଡ ଓ ମାଙ୍କଡଚୁଆଁ କ୍ଲଷ୍ଟର ଅନ୍ତର୍ଗତ ପ୍ରତ୍ୟେକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ତଥା ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା କରି ବ୍ଲକ ସ୍ତରୀୟ ଚକ୍ଷୁ ପରୀକ୍ଷା ଶିବିରକୁ ପଠେଇବାକୁ ବିଆର୍ଟି ଜ୍ୟୋତିବିକାଶ ବାରିକ ଅନୁରୋଧ କରିଥିଲେ । ପୂର୍ବ ଶିବିରରେ ଯେଉଁ ଛାତ୍ରଛାତ୍ରୀ ମାନଙ୍କ ଆଖି ପରୀକ୍ଷା କରାଯାଇଥିଲା ସେମାନଙ୍କୁ ମାଗଣାରେ ଚଷମା ବଣ୍ଟନ କରାଯାଇଥିଲା ।