jayashree

ବାତ୍ୟା ‘ଅକ୍ୱାନ’ ପ୍ରଭାବ; ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବାତ୍ୟା ‘ଅକ୍ୱାନ’ ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରତିକୂଳ ପାଗ ସୃଷ୍ଟି ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତାକାଲି ନଭେମ୍ବର ୨୦ ତାରିଖ, ଶୁକ୍ରବାର ଦିନ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଦେବାଶିଷ ସିଂହ ନିର୍ଦ୍ଦେଶକ୍ରମେ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶ ଅନୁସାରେ ସରକାରୀ, ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ସହ କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମେତ ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ଆସନ୍ତାକାଲି ବନ୍ଦ ରହିବ ।

Leave A Reply

Your email address will not be published.