jayashree

ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ଠାରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ଠାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୂଲ୍ୟରେ ବ୍ଲକସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡୁଙ୍ଗୁରିପାଲି ବ୍ଲକର ଡୁଙ୍ଗୁରିପାଲି, ସହଳା, ଚିନାଯୁରି ଓ ଚେରୂପାଲି ଏହିପରି ୪ଟି କ୍ଲଷ୍ଟରର ୨୧୪ ଜଣ ଛାତ୍ରଛାତ୍ରୀମାନଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା । ସେଥିମଧ୍ୟରୁ ୧୩୭ ଜଣ ଛାତ୍ରଛାତ୍ରୀମାନଙ୍କୁ ପରବର୍ତ୍ତୀ ସମୟରେ ଚଷମା ପ୍ରଦାନ କରାଯିବ । ୮ ଜଣ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ସୁବର୍ଣ୍ଣପୁରକୁ ଉତ୍ତମ ଚିକିତ୍ସା ପାଇଁ ଯିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି । ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡାର ଅଧ୍ୟକ୍ଷ ଶ୍ରୀମାନ ହିମାଂଶୁ କୁଅଁର ଉକ୍ତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଚକ୍ଷୁ ଅଧିକାରୀ ବିଦ୍ୟାଧର ସାହୁ ଓ ମହାନଦୀ ନେତ୍ର ଚିକିତ୍ସାଲୟ ପଣ୍ଡାପାଲି ଚକ୍ଷୁ ସହାୟକ ଅନ୍ତର୍ଯ୍ୟାମୀ ନାୟକ ଓ ନମେଶ୍ୱର ବଗର୍ତ୍ତୀ ଛାତ୍ରଛାତ୍ରୀମାନଙ୍କ ଚକ୍ଷୁ ପରୀକ୍ଷା କରିଥିଲେ । ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶେଷଦେବ ଥନାପତି କାର୍ଯ୍ୟକ୍ରମକୁ ପରିଦର୍ଶନ କରିଥିଲେ । ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ କୁମାର ସାହୁ, ସୀତାରାମ ପଧାନ ସିଆର୍‌ସିସି ଦିଲ୍ଲୀପ କୁମାର ପଧାନ, ସିଆର୍‌ସିସି ପ୍ରବୀର ଭୋଇ, ଅନ୍ତର୍ନିବେଶୀ ସ୍ୱେଚ୍ଛାସେବୀ ହିମାଂଶୁ ଶେଖର ସାହୁ ଓ ଲୋଚନ ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡାର ସମସ୍ତ ଶିକ୍ଷକ ଓ କର୍ମଚାରୀ, ଶିକ୍ଷକ ବାବୁଲାଲ ବଣିଆ, ଧର୍ମେନ୍ଦ୍ର ହରିପାଲ, ପ୍ରଶାନ୍ତ ପଧାନ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମଟି ସମସ୍ତଙ୍କ ସହଯୋଗରେ ଶାନ୍ତି ଶୃଙ୍ଖଳାର ସହ ସଫଳ ହୋଇଥିଲା ।

Leave A Reply

Your email address will not be published.