ରାଜ୍ୟରେ ଭାରତ ବନ୍ଦର ପ୍ରଭାବ : ଅଧିକାଂଶ ବ୍ୟବସାୟିକ ପ୍ରତିଷ୍ଠାନ ଓ ଦୋକାନ ବଜାର ବନ୍ଦ

ଭୁବନେ‌ଶ୍ୱର, (ସୁଶା‌ନ୍ତ ସାହୁ) : ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଆଜି ‘ଭାରତ ବନ୍ଦ’ ଡାକରା ଦିଆଯାଇଥିବା ବେଳେ ରାଜ୍ୟରେ ଅଧିକାଂଶ ବ୍ୟବସାୟିକ ପ୍ରତିଷ୍ଠାନ ଓ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି । କଟକ, ଭୁବନେ‌ଶ୍ୱର, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର ଓ ରାଉରକେଲା ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବସ୍ ଚଳାଚଳ ମଧ୍ୟ ବନ୍ଦ ଅଛି । କଟକ ଓ ଭୁବନେଶ୍ବରରେ ‘ମୋ ବସ୍’ ଚଳାଚଳ ସ୍ୱାଭାବିକ ରହିଛି । ତେବେ. ରାସ୍ତାରେ ଆଜି କାଁଭାଁ କାର୍, ଅଟୋ ଆଦି ଚାଲୁଥିବାର ଦେଖିବାକୁ ମିଳୁଛି । ସୂଚନାଯୋଗ୍ୟ, ଜିଏସଟି ସରଳୀକରଣ, ଇ-କମର୍ସ ବ୍ୟବସାୟୀଙ୍କ ବିସ୍ତାରବାଦ ନୀତି ଉପରେ ସରକାରୀ ନିୟନ୍ତ୍ରଣ ଓ ଖାଦ୍ୟ ନିରାପତ୍ତାମାନ (ଏଫ୍ଏସ୍ଏସ୍ଆଇ) ଆଇନରେ ଥିବା କଠୋର ଜରିମାନା ବ୍ୟବସ୍ଥା ଉଚ୍ଛେଦ ଦାବିରେ ସର୍ବଭାରତୀୟ ବ୍ୟବସାୟୀ ସଂଘ ଶୁକ୍ରବାର ଭାରତ ବନ୍ଦ ଡାକରା ଦେଇଛି। ୨୬ ତାରିଖରେ ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ୟ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!