jsm

ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ୱତନ୍ତ୍ର ଏକ୍ସପ୍ରେସକୁ ଶୁକ୍ରବାର ଠାରୁ ସପ୍ତାହରେ ୫ ଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବ

csstore

ସମ୍ବଲପୁର(ଦାମୋଦର ପଣ୍ଡା) : ୦୮୪୯୩/୦୮୪୯୪ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ୱତନ୍ତ୍ର ଏକ୍ସପ୍ରେସକୁ ଶୁକ୍ରବାର ଠାରୁ ସପ୍ତାହରେ ୫ ଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବ। ଏହି ଟ୍ରେନ ଭୁବନେଶ୍ୱରରୁ ସକାଳ ୬ଘ.୩୦ମି.ରେ ବାହାରିବ ଓ ବଲାଙ୍ଗୀର ଠାରୁ ଅପରାହ୍ନ ୨ଘ.୪୫ମି.ରେ ଛାଡି ଭୁବନେଶ୍ୱର ଯାତ୍ରା କରିବ । ଟ୍ରେନଟି ଭୁବନେଶ୍ୱର ଓ ବଲାଙ୍ଗୀର ମଧ୍ୟରେ ମଞ୍ଚେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବଇଣ୍ଡା,ବଓମୁର, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି ଏବଂ ଲୋଇସିଂହା ଠାରେ ଉଭୟ ଦିଗରୁ ରହଣୀ କରିବ ବୋଲି ରେଳବାର ସୂତ୍ରରୁ ଜଣା ଯାଇଛି।

yuvodaya
Leave A Reply

Your email address will not be published.