ଆସ‌ନ୍ତା କାଲି ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ହେବ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ୫ ମାର୍ଚ୍ଚ, ୨୦୨୧ ପୂର୍ବାହ୍ନ ୧୧ଟା ସମୟରେ ଜୟଦେବ ଭବନରେ ବିଜୁ ବାବୁଙ୍କ ଜୀବନୀ ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ ହେବ । ଅପରାହ୍ନ ୫.୩୦ ସମୟରେ ଜୟଦେବ ଭବନରେ ବିଜୁ ବାବୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ସାଧାରଣ ସଭା ଅନୁଷ୍ଠିତ ହେବ । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.