jsm

ଆଜି ରାଜ୍ୟରେ ୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

csstore

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୮୦୨ ରହିଛି । ଆଜି ୫୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୭, ବରଗଡ଼ରୁ ୧, ଭଦ୍ରକରୁ ୧, କଟକରୁ ୩, ଦେବଗଡରୁ ୧, ଢେଙ୍କାନାଲରୁ ୧, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୨, ଖୋର୍ଦ୍ଧାରୁ ୬, ମୟୁରଭଞ୍ଜରୁ ୩, ପୁରୀରୁ ୨, ରାୟଗଡାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡରୁ ୭ ଓ ଷ୍ଟେଟପୁଲରୁ ୨ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୭୬୭୪ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୪୯୦୨ ଜଣ ସୁସ୍ଥ ହୋଇ ସାରିଛନ୍ତି ।

yuvodaya
Leave A Reply

Your email address will not be published.