ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଅବସରରେ ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲା ପାଇଁ ୪ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭେଟି

ନୂଆପଡ଼ା : ଆଜି ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନୂଆପଡା ଠାରେ ଆୟୋଜିତ ସଭାରେ ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପଣ ସହ ପାନୀୟ ଜଳ, ରାସ୍ତା, ଦକ୍ଷତା ବିକାଶ କେନ୍ଦ୍ର ଭଳି ୭୫୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଦ୍ୱାରା ନୂଆପଡ଼ା ଜିଲ୍ଲା ୧୩ ହଜାର ୧୯୧ ହେକ୍ଟର ଓ ବଲାଙ୍ଗିର ଜିଲ୍ଲାର ହଜାରେ ୬୭୦ ହେକ୍ଟର ଜମି ଜଳସେଚିତ ହେବ । ଏଥିସହ ନବୀନ ନୂଆପଡ଼ା ଗସ୍ତ ଅବସରରେ ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲା ପାଇଁ ୪ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭେଟି ଦେଇଛନ୍ତି ।

Leave A Reply

Your email address will not be published.