ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟିଏମସି ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟ୍ୱିଟ୍ କରି ମମତା ଦିଦି ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ ବୋଲି ନବୀନ କାମନା କରିବା ସହ ଉତ୍ତମ ସ୍ୱାସ୍ଥ୍ୟ ଆଶା କରିଛନ୍ତି । ବର୍ତମାନ ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି ଯାହାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । ସୂଚନା ଯୋଗ୍ୟ ଯେ, ଗତ ବୁଧବାର ଦିନ ସନ୍ଧ୍ୟା ସମୟରେ ନନ୍ଦିଗ୍ରାମରେ ପ୍ରଚାର ବେଳେ ଟିଏମସି ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ ହୋଇଛନ୍ତି । ତାଙ୍କ ବାମ ପାଦରେ ଗଭୀର ଆଘାତ ଲାଗିଛି । ତେବେ ସେ ଗତରାତିରେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି ।

Leave A Reply

Your email address will not be published.