ଆଜି ରାଜ୍ୟରେ ୬୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୦୦ ରହିଛି । ଆଜି ୬୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୧, ବାଲେଶ୍ୱରରୁ ୭, କଟକରୁ ୧୧, ଦେବଗଡରୁ ୫, ଗଞ୍ଜାମରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୧, କଳାହାଣ୍ଢିରୁ ୨, ଖୋର୍ଦ୍ଧାରୁ ୪, କେରାପୁଟରୁ ୧, ମୟୁରଭଞ୍ଜରୁ ୧୪,ନୂଆପଡାରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୭ ଓ ଷ୍ଟେଟପୁଲରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୭୯୯୨ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୫୩୨୨ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.